ରାଜ୍ୟସ୍ତରୀୟ ପୋଷଣ ପକ୍ଷ ପାଳିତ, ପୁଷ୍ଟି ନିରାପତ୍ତା ପାଇଁ ସାମୁହିକ ସଚେତନତା ଜରୁରୀ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ସମୃଦ୍ଧ ଓଡିଶା ଗଠନ ପାଇଁ ଓଡିଶାକୁ ପୋଷଣ ମୁକ୍ତ କରିବା ଆମର ପ୍ରାଥମିକତା । ଏଥିପାଇଁ ଅନେକ ଫଳପ୍ରଦ ଯୋଜନା କରାଯାଇଛି । ତେବେ ଏହାର ସଫଳତା ପାଇଁ ସାମୁହିକ ସଚେତନତା ଖୁବ୍ଜ ରୁରୀ । ଶନିବାର ସ୍ଥାନୀୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଆୟୋଜିତ ରାଜ୍ୟସ୍ତରୀୟ ପୋଷଣ ପକ୍ଷ-୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଷଣ ଅଭିଯାନକୁ ସଫଳ କରି ସୁସ୍ଥ ମାନବ ସମ୍ବଳ ତିଆରି କରିବାକୁ ଆହ୍ୱାନ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ଲକ୍ଷ୍ମୀସାଗର-ଝାରପଡା ସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନ ସଂସ୍ଥାରେ ୮୪ ଶଯ୍ୟା ବିଶିଷ୍ଟ ଏକ ନୂତନ ହଷ୍ଟେଲ ଉଦ୍ଘାଟନ କରିବା ସହିତ ଏକ ଲାଇବ୍ରେରୀ ହଲ ଏବଂ ଅଙ୍ଗନବାଡି ଟ୍ରେନିଙ୍ଗ୍ ସେଣ୍ଟର ମଧ୍ୟ ଶୁଭ ଉଦ୍ଘାଟନ କରିଛନ୍ତି । ରାଜ୍ୟରେ ପୂଜ୍ୟପୂଜା ପରମ୍ପରାକୁ ଆଗେଇ ନେଇ ମୁଖ୍ୟମନ୍ତ୍ରୀ ଏହି ପ୍ରତିଷ୍ଠାନର ୮ଟି ବିଲ୍ଡିଙ୍ଗକୁ ଓଡିଶାର ମହିୟସୀ ମହିଳାଙ୍କ ନାମରେ ନାମିତ କରିବା ପାଇଁ ଘୋଷଣା କରିବା ସହିତ ପ୍ରତିଷ୍ଠାନର କନଫରେନସ୍ ହଲକୁ ରମାଦେବୀ ସମ୍ମିଳନୀ କକ୍ଷ ନାମରେ ନାମିତ କରି ଏହାର ପରିଧିକୁ ବୃଦ୍ଧି କରିବା ପାଇଁ ମଧ୍ୟ ଘୋଷଣା କରିଛନ୍ତି । ସୂଚନାଥାଉ କି, ଏହି ପ୍ରତିଷ୍ଠାନର ଅଡିଟୋରିଅମ୍ ହଲକୁ ସରଳା ଦେବୀ ପ୍ରେକ୍ଷାଳୟ, ଲାଇବ୍ରେରୀ ହଲକୁ କମଳା ପୂଜାରୀ ଗ୍ରନ୍ଥାଗାର, ଅଙ୍ଗନବାଡି ଟ୍ରେନିଙ୍ଗ ସେଣ୍ଟରକୁ ଶୈଳବାଳା ଦାସ ପ୍ରଶିକ୍ଷଣ କକ୍ଷ, ନୂଆ ହଷ୍ଟେଲକୁ ମାଳତୀ ଚୌଧୁରୀ ନିବାସ, ଅଙ୍ଗନବାଡି କର୍ମୀ ହଷ୍ଟେଲକୁ ବାଙ୍ଗରା ଦେବୀ ନିବାସ ଏବଂ ଗେଷ୍ଟ ହାଉସକୁ ଗୁରୁବାରୀ ଜାନୀ ଅତିଥି ଭବନ ନାମରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏକ ସୁସ୍ଥ ଶିଶୁ ହିଁ ଉତ୍ତମ ଛାତ୍ର ହୋଇପାରିବ ଓ ଭବିଷ୍ୟତରେ ଏକ ଆଦର୍ଶ ନାଗରିକ ହୋଇପାରିବ । ସୁସ୍ଥ ଶିଶୁ, ସୁସ୍ଥ ଭବିଷ୍ୟତର ପ୍ରତୀକ । ପୋଷଣ ପକ୍ଷ ପାଳନ ସମୟରେ ଶିଶୁ ଜୀବନର ପ୍ରଥମ ଏକ ହଜାର ଦିନ ମଧ୍ୟରେ ପୋଷଣର ଗୁରୁତ୍ୱ ବିଷୟରେ ସଚେତନତା ବୃଦ୍ଧି କରିବା ପାଇଁ ପ୍ରୟାସ କରାଯାଉଛି । ଶୈଶବରେ ଉପଯୁକ୍ତ ପୋଷଣ ପାଇଲେ ଶିଶୁର ସ୍ୱାସ୍ଥ୍ୟ ଉନ୍ନତ ହେବା ସହିତ ତା’ର ସାମଗ୍ରିକ ବିକାଶ ସମ୍ଭବ ହୋଇପାରିବ । ପୋଷଣ ଉପରେ ଆମର ନୂଆ ସରକାର ଅଧିକ ଫୋକସ୍ ରଖି କାମ କରିବା ଆରମ୍ଭ କରିଛନ୍ତି । ୧୦୦ କୋଟି ଟଙ୍କା ଅନୁଦାନରେ “ଓଡିଶା ପୁଷ୍ଟି ମିଶନ’ ମଧ୍ୟ ପ୍ରତିଷ୍ଠା କରାଯିବ ।

  • Dumani TV Bureau

Leave a Reply

Your email address will not be published. Required fields are marked *

Our Resources